thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

Leave A Reply

Your email address will not be published.