thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୩୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି ।

Leave A Reply

Your email address will not be published.