ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଏବଂ ଆଖପାଖ ଅଞ୍ଚଳରେ ସକ୍ରିୟ ଲଘୁଚାପ ପ୍ରଭାବରେ ଏବେ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅନ୍ଯପଟେ ଏହି ଲଘୁଚାପ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ଅନୁମାନ କରିଛି।
ଫଳରେ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଫଳରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଇତ୍ୟାଦି ଜିଲ୍ଲାରେ ବର୍ଷାହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।