thelifelinemedia
Latest Odisha News, Breaking News Today

ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଓଡ଼ିଶାର ଭୌଗୋଳିକ ସ୍ଥିତି ଓ ଜଳବାୟୁ ସବୁବେଳେ ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି। ଚଳିତ ମାସରୁ ଫେରନ୍ତା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ। ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ।

ଏସବୁକୁ ବିଚାରକରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର “ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି”। ନିର୍ଦ୍ଧାରିତ ଏସ.ଓ.ପି. ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ସୁରେଶ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.