thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

Leave A Reply

Your email address will not be published.