thelifelinemedia
Latest Odisha News, Breaking News Today

୧୮ ତାରିଖରେ ଘୂର୍ଣ୍ଣିବଳୟ, ୨୦ ତାରିଖରେ ଲଘୁଚାପ କ୍ଷେତ୍ର

୧୮ରେ ଘୂର୍ଣ୍ଣିବଳୟ, ୨୦ରେ ଲଘୁଚାପ କ୍ଷେତ୍ର । ୧୮ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଓ ତା’ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ପରିଣତ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଅନ୍ୟପଟେ ରବିବାର ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ଥିବାରୁ ୟେଲୋ ୱାଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.