ନବୀନ୍ଙ୍କ ବଡ଼ ଘୋଷଣା, ସରିଲା ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ

ଭୁବନେଶ୍ୱର: ଜନ୍ମଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ ଲାଗୁ ହୋଇଥିବା ଚୁକ୍ତି ଭିତ୍ତିକ ଚାକିରୀ ବ୍ୟବସ୍ଥା ଉଚ୍ଛେଦ କରିବା ନେଇ କ୍ୟାବିନେଟ୍ରେ ନିଷ୍ପତ୍ତି ହୋଇଛି ।
ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ ଶେଷ ହେଲା ବୋଲି ନବୀନ୍ କହିଛନ୍ତି । ଏଥିସହିତ ବର୍ତ୍ତମାନ ଚାକିରୀରେ ଥିବା ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ ।
ଏଥିପାଇଁ ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ଆସନ୍ତାକାଲି ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ବହୁ ବର୍ଷଧରି ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ନିଯୁକ୍ତିକୁ ନିୟମିତ କରିବା ପାଇଁ ଦାବି କରି ଆସୁଥିଲା ।