thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.