thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.