thelifelinemedia
Latest Odisha News, Breaking News Today

୫ ତାରିଖ ପର୍ଯ୍ୟନ୍ତ ଶୁଖିଲା ରହିବ ପାଗ, ୬ରୁ ପୁଣି ଆରମ୍ଭ ହୋଇଯିବ ବର୍ଷା!

ଭୁବନେଶ୍ବର: ରାଜ୍ୟରେ ଆଗାମୀ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଶୁଖିଲା ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ ୫ ଦିନ ଯାଏଁ ବର୍ଷା ହେବା ସମ୍ଭାବନା ନାହିଁ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ।

ପୁଣି ମୌସୁମୀ ସକ୍ରିୟ ହେବ ଏବଂ ବର୍ଷା ହେବ। ୬/୭ ତାରିଖ ଆଡ଼କୁ ଏକ ଛୋଟ ଧରଣର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ମଧ୍ୟରେ କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀୀ ୨୪ ଘଣ୍ଟାରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା , କୋରାପୁଟ, ମୟୂରଭଞ୍ଜ ଓ ନୟାଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀ ଅବ୍ୟବହିତ ସମୟରେ ୫ଟି ଜିଲ୍ଲାରେ ନିଆଣ୍ଟିଆ ବର୍ଷା ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର, ମୟୁରଭଞ୍ଜ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Leave A Reply

Your email address will not be published.