ଧାମନଗରରେ ସ୍ୱଚ୍ଛ, ମୁକ୍ତ ଓ ଅବାଧ ଉପନିର୍ବାଚନ କରାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି

ଭୁବନେଶ୍ୱର: ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପ୍ରକ୍ରିୟା ସୁରୁଖୁରୁରେ ଚାଲୁ ରହିଛି ଓ ସ୍ୱଚ୍ଛ, ମୁକ୍ତ ଓ ଅବାଧ ଉପନିର୍ବାଚନ କରାଇବା ନିମନ୍ତେ ଜିଲ୍ଲା ପ୍ରଶାସନ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତିା ଆଗାମୀ ଉପନିର୍ବାଚନକୁ ପରିଚାଳନା କରିବା ପାଇଁ ସମୁଦାୟ ୧୧୦୮ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ଓ ଏହା ମଧ୍ୟରେ ସେମାନଙ୍କର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମ ସମାପ୍ତ ହୋଇଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତିା
ଉପନିର୍ବାଚନକୁ ନିରପେକ୍ଷ ଭାବେ ପରିଚାଳନା କରିବା ନିମନ୍ତେ ପ୍ରଶାସନ ତରଫରୁ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ବାସିନ୍ଦା, ନିର୍ବାଚନ ମଣ୍ଡଳୀର ଭୋଟର ହୋଇଥିବା କର୍ମଚାରୀମାନଙ୍କୁ ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତିା ଉକ୍ତ ଉପନିର୍ବାଚନ କାର୍ଯ୍ୟ ପରିଚାଳନା ନିମନ୍ତେ ଧାମନଗର ନିର୍ବାଚନ ମଣ୍ଡଳୀ ବାହାରର କର୍ମଚାରୀମାନଙ୍କୁ ନିୟୋଜିତ କରାଯାଇଛି ବୋଲି ସେ କହିଛନ୍ତିା ଏପରିକି ଯେଉଁମାନେ ସ୍ଥାୟୀ କର୍ମଚାରୀ ନୁହନ୍ତି, ସେମାନଙ୍କୁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ କରାଯାଇନାହିାଁ ଉପନିର୍ବାଚନରେ ସମୁଦାୟ ବୁଥ୍ ଶତକଡ଼ା ୫୦ ଭାଗ ବୁଥରେ ୱେବକାଷ୍ଟିଙ୍ଗ କରାଯିବ ଓ ଚିହ୍ନଟ ହୋଇଥିବା ସମ୍ବେଦନଶୀଳ ବୁଥରେ ୨୬ ଜଣ ମାଇକ୍ରୋ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଜଣାଇଛନ୍ତିା