thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୬୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୩୬୮୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.