thelifelinemedia
Latest Odisha News, Breaking News Today

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୩ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, କଟକ ଓ ଢ଼େଙ୍କାନାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.