thelifelinemedia
Latest Odisha News, Breaking News Today

ଜଗନ୍ନାଥ ଦର୍ଶନ ସାରି ଭୁବନେଶ୍ୱର ଫେରିଲେ ରାଷ୍ଟ୍ରପତି

ଭୁବନେଶ୍ୱର ୧୦/୧୧: ପୁରୀଗସ୍ତ ସାରି ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରକୁ ଫେରି ରାଷ୍ଟ୍ରପତି ବିଭିନ୍ନ ଛକରେ ଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜଧାନୀର ୬ଟି ଭିନ୍ନ ଭିନ୍ନ ସ୍ଥାନରେ ଥିବା ୮ଜଣ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଷ୍ଟ୍ରପତି।

ସୂଚନା ଥାଉକି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗାର୍ଡ ଅପ୍ ଅନର ସହ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦେଇ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ପ୍ରମୁଖ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ।

ଏହା ପରେ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ପୁରୀ ଯାଇଥିଲେ । ସାଢ଼େ ୧୦ଟାରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ କାରକେଡ୍ ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଯାଇଥିଲେ ରାଷ୍ଟ୍ରପତି । ଶ୍ରୀମନ୍ଦିରରେ ପାଖାପାଖି ଏକ ଘଣ୍ଟା ରହିଥିଲେ ଦ୍ରୌପଦୀ ମୁର୍ମୁ । ମହାପ୍ରଭୁଙ୍କ ଦର୍ଶନ ସାରି ସାଢ଼େ ୧୧ଟାରେ ରାଷ୍ଟ୍ରପତି ସିଂହଦ୍ବାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ଏବଂ ସେଠାରୁ ସିଧା ରାଜଭବନ ବାହାରିଥିଲେ । ୧୨ଟାରେ ରାଜଭବନରେ ପହଞ୍ଚି ସେଠାରେ ସେ ମହାପ୍ରସାଦ ସେବନ କରିଥିଲେ ।

Leave A Reply

Your email address will not be published.