thelifelinemedia
Latest Odisha News, Breaking News Today

ରାଜ୍ୟରେ କମିଲା ଦୈନିକ କରୋନା ସଂକ୍ରମଣ, ୭୪୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଏହା ହଜାରେ ତଳକୁ ରହିଛି। ଗତକାଲି ୭୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୮ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରେ ୧୩୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୭୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଅନୁଗୁଳ ଜିଲ୍ଲାରୁ ୩ ଜଣ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ରୁ ୧୭, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୫ ଜଣ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୪୦, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୂରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ ଜିଲ୍ଲାରୁ ୮ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ବଲପୁରରୁ ୪୧ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୭୬ ଜଣ ଓ ଷ୍ଟେଟପୁଲରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.