ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ଶ୍ରୀଲୋକନାଥ ମନ୍ଦିରର ବିକାଶ ପାଇଁ ୨୮କୋଟି ଟଙ୍କା ଅଟକଳ ରଖାଯାଇଥିବା ବେଳେ, ଅଲାରନାଥଙ୍କ ପାଇଁ ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ୟ୍ୟ ୧ ବର୍ଷ ମଧ୍ୟରେ ହେବ।
ଶ୍ରୀଲୋକନାଥ ମନ୍ଦିର ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ଶୈବପୀଠ। ପୁରାଣ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ମାତା ସୀତାଙ୍କ ଅନ୍ବେଷଣରେ ଆସି ଏଠାରେ ପ୍ରଭୁ ଲୋକନାଥ ସ୍ଥାପନା କରି ପୂଜାଅର୍ଚ୍ଚନା କରିଥିଲେ । ଶ୍ରୀଲୋକନାଥଙ୍କୁ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ରକ୍ଷକ ବୋଲି ବିଶ୍ବାସ ରହିଛି ।