thelifelinemedia
Latest Odisha News, Breaking News Today

ତାତିରୁ ମିଳିବ ଆଶ୍ୱସ୍ତି, କାଲିଠୁ ବର୍ଷିବ

ଭୁବନେଶ୍ୱର : ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି। ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧାରଣ ବର୍ଷା ହେବ। ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି। ୧୬ ତାରିଖ ବେଳକୁ ବର୍ଷାର ବିସ୍ତୃତି ବଢିବ। ଉପକୂଳ ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି । ୧୮ ଏବଂ ୧୯ ତାରିଖରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ଏବଂ କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ। ବର୍ତ୍ତମାନ ରାଜ୍ୟରେ ବାୟୁ ଚଳାଚଳରେ ଅସଙ୍ଗତି ଦେଖାଦେଉଛି। ସେହିଭଳି ଉତ୍ତର ଓଡ଼ିଶାକୁ ଉତ୍ତର-ପଶ୍ଚିମ ଭାରତରୁ ଥଣ୍ଡା ପବନ ଆସୁଛି । ସେଥିପାଇଁ ଉତ୍ତର ଓଡ଼ିଶାରେ ତାପମାତ୍ରା କମ୍ ରହିଛି । ଆସନ୍ତା ଏକ ସପ୍ତାହ ମଧ୍ୟରେ ତାପମାତ୍ରା ୪ ଡ଼ିଗ୍ରୀ କମିବ। ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ପାରଳାଖେମୁଣ୍ଡିରେ ୩୮.୧ ଡ଼ିଗ୍ରୀ ରହିଥିଲା। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାତି ବଢିବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.