thelifelinemedia
Latest Odisha News, Breaking News Today

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର: ରାଜ୍ୟ ସରକାର ଆଜି ସବୁ ବର୍ଗର ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି ।

 

ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.