thelifelinemedia
Latest Odisha News, Breaking News Today

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ବଜ୍ରପାତ ସହ ବର୍ଷା

ରାଜ୍ୟରେ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ। ଖରାଯୋଗୁଁ ଦିନ ତାପମାତ୍ରା ୪୦ ଛୁଇଁଛି। ଏମିତିକି ଗୁଳୁଗୁଳି ମଧ୍ୟ ଅନୁଭବ ମଧ୍ୟ ହେଲାଣି। ଏହାରି ମଧ୍ୟ ୧୯ରେ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା। ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ୧୯ ଏବଂ ୨୦ ତାରିଖରେ ପଡିବ ବଡ ପ୍ରଭାବ। ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି, ବଲାଙ୍ଗିର, ରାୟଗଡା ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି।

ଏହି ସ ବୁ ଜିଲ୍ଲାରେ ୭୦ ରୁ ୧୧ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଏହାସହ କିଛି ସ୍ଥାନରେ କୁଆପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସେହିଭଳି ୨୦ ତାରିଖରେ ୪ଟି ଜିଲ୍ଲା କଟକ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ଉପକୂଳ ଓଡ଼ିଶା ବଙ୍ଗୋପସାଗରରେ ଏକ ଗୁରୁଚାପବଳୟ ସକ୍ରିୟ ରହିଥିବା ବେଳେ ପଶ୍ଚିମା ଝଡର ପ୍ରଭାବ ରହିଛି। ଏହି ନିୟାମକ ଅନୁସାରେ ରାଜ୍ୟରେ ପାଗ ବଦଳିବା ସହ କାଳବୈଶାଖୀ ଜନିତ ବର୍ଷା ଲାଗିରହିଛି। ୨୧ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ। ବର୍ଷା ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.