thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୧।୦୮ : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୧୧୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଖୋର୍ଦ୍ଧାରୁ ୧୬୫ ଜଣ, ଖୋର୍ଦ୍ଧାରୁ ୬୫ ଜଣ, ସମ୍ବଲପୁରରୁ ୪୪ ଜଣ, ବୌଦ୍ଧରୁ ୩୪ ଜଣ, ବଲାଙ୍ଗୀରରୁ ୨୮ ଜଣ, ମୟୂରଭଞ୍ଜରୁ ୨୧ ଜଣ, ବରଗଡ଼ରୁ ୧୯ ଜଣ, ନୟାଗଡ଼ରୁ ୧୭ ଜଣ,କଟକରୁ ୧୪ ଜଣ, ଯାଜପୁରରୁ ୧୩ ଜଣ, ସୋନପୁରରୁ ୧୧ ଜଣ, ବାଲେଶ୍ବରରୁ ୧୦ ଜଣ, ଗଜପତି,ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୭ ଜଣ ଲେଖାଁଏ, ଝାରସୁଗୁଡ଼ାରୁ ୫ ଜଣ, ଦେବଗଡ଼, କନ୍ଧମାଳ ଓପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ଜଗତସିଂହପୁରରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୁଳ, ଭଦ୍ରକ ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ ୧୬ ଜଣ ଆକ୍ରାନ୍ତ ରହିଛନ୍ତି।

Leave A Reply

Your email address will not be published.