ଉପରାଷ୍ଟ୍ରପତି ଭାବେ ଶପଥ ନେବେ ଜଗଦୀପ ଧନଖଡ

ଗୁରୁବାର ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଶପଥ ନେବେ ଜଗଦୀପ ଧନଖଡ଼। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଧନଖଡ଼ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ବୁଧବାର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଶେଷ ହୋଇଛି।
ସୂଚନାନୁସାରେ, ଗତ ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହୋଇଥିଲା। ନିର୍ବାଚନରେ ଧନଖଡ଼ଙ୍କୁ ୫୨୮ ଭୋଟ୍ ମିଳିଥିଲା ଏବଂ ତାଙ୍କ ପ୍ରତିଦ୍ବନ୍ଦ୍ବୀ ତଥା କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲ୍ ଭାଙ୍କୁ ୧୮୨ ଭୋଟ୍ ମିଳିଥିଲା।