thelifelinemedia
Latest Odisha News, Breaking News Today

ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ହାଲୁକା ବର୍ଷା

ଭୁବନେଶ୍ଵର: ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗର ନିମ୍ନଚାପ ରେଖା ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି । ଟ୍ୱିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଏଥିସହ ରାଜ୍ୟର ୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ।
ଏନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ ଦେବଗଡ଼। ସେହିପରି ୧୦ ଜିଲ୍ଲାର କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।
୧୩ ତାରିଖରୁ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ୧୨ ତାରିଖ ଯାଏଁ ତାପମାତ୍ରା ରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ୧୩ ତାରିଖ ପରଠାରୁ ପରବର୍ତୀ ୨ଦିନ ମଧ୍ୟରେ ରାଜ୍ୟରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ର ପ୍ରଭାବ ବୃଦ୍ଧି ସହ ପୁଣି ଦିନ ତାପମାତ୍ରାରେ ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.