thelifelinemedia
Latest Odisha News, Breaking News Today

୭ ଜିଲ୍ଲାକୁ ରେଡ ଆଲର୍ଟ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନୀଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ପାଣିିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,  ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି।

ସେହିପରି ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟରେ ଥିବା ଜିଲ୍ଲାଗୁଡ଼ି ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଅଲର୍ଟ ଜାରି କରାଯାଇଛି।

Leave A Reply

Your email address will not be published.