thelifelinemedia
Latest Odisha News, Breaking News Today

ଘୋଷଣା ହେଲା କଂଗ୍ରେସ ପ୍ରାର୍ଥୀ ତାଲିକା: ସୋନାଲି ଓ ସିପ୍ରାଙ୍କ ଭରସା କରିଛି ଦଳ

ଭୁବନେଶ୍ୱର: କଂଗ୍ରେସ ଆଜି ଆଉ ଏକ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ୩ଟି ଲୋକସଭା ଓ ୧୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି।
ସମ୍ବଲପୁର, ଆସିକା ଓ କେନ୍ଦୁଝର ଲୋକସଭା ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିଛି। କେନ୍ଦୁଝର ପାଇଁ ଦଳ ପୂର୍ବରୁ ମୋହନ ହେମ୍ବ୍ରମଙ୍କ ନାଁ ଘୋଷଣା କରିଥିଲା। ତେବେ ଏହି ଆସନ ପାଇଁ ପ୍ରାର୍ଥୀ ବଦଳାଇଛି ଦଳ। ମୋହନ ହେମ୍ବ୍ରମଙ୍କ ବଦଳରେ ବିନୋଦ ନାଏକଙ୍କୁ ପ୍ରାର୍ଥୀ କରିଛି। ସମ୍ବଲପୁର ଲୋକସଭା ଆସନ ପାଇଁ ଦଳ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଆସିକାରେ ଦେବକାନ୍ତ ଶର୍ମାଙ୍କୁ ଛିଡ଼ା କରିଛି।

ନିକଟରେ ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହୋଇଥିବା କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ ଟିକେଟ ପାଇଛନ୍ତି। ଦଳ ତାଙ୍କୁ ସେହି କେନ୍ଦ୍ରାପଡ଼ା ବିଧାନସଭା ଆସନରୁ ପ୍ରାର୍ଥୀ କରିଛି। କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିବା ଗଣେଶ୍ୱର ବେହେରା ମଧ୍ୟ କେନ୍ଦ୍ରାପଡ଼ା ଆସନରୁ ଟିକେଟ ପାଇଛନ୍ତି।
ବିଜେପି ଛାଡ଼ି କଂଗ୍ରେସରେ ମିଶି ଥିବା ସୋନାଲି ସାହୁଙ୍କୁ ମଧ୍ୟ ଟିକେଟ ମିଳିଛି। ତାଙ୍କୁ ଦଳ ଖୋର୍ଦ୍ଧାରୁ ଟିକେଟ ଦେଇଛି। ଝାରସୁଗୁଡ଼ା ବିଧାନସଭା ଆସନରୁ କଂଗ୍ରେସ ଅମିତା ବିଶ୍ୱାଳଙ୍କୁ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ କ୍ଷୀରୋଦ ପାତ୍ର, ସୁକିନ୍ଦା- ବିଭୁ ଭୂଷଣ ରାଉତ, କଣ୍ଟାମାଳରୁ ଶରତ ପ୍ରଧାନ, ରାଜନଗରରୁ ଅଶୋକ ପ୍ରତିହାରୀ, ମହାକାଳପଡ଼ାରୁ ଲୋକନାଥ ମହାରଥୀ, ନିମାପଡ଼ାରୁ ସିଦ୍ଧାର୍ଥ ରାଉତରାୟ, ପିପିଲିରୁ ଜ୍ଞାନରଂଜନ ପଟ୍ଟନାୟକ, ଜୟଦେବରୁ କୃଷ୍ଣ ସଗରିଆ, ଚିଲିକାରୁ ପ୍ରଦୀପ ସ୍ୱାଇଁ, କବିସୂର୍ଯ୍ୟନଗରରୁ ସଂଜୟ ମଣ୍ଡଳ ଓ ଗୋପାଳପୁରରୁ ଶ୍ୟାମସୁନ୍ଦର ସାହୁଙ୍କୁ ପ୍ରାର୍ଥୀ କରିଛି।

Leave A Reply

Your email address will not be published.