ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ
ଭୁବନେଶ୍ବର: ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଆଜି ଦିନ ସାଢେ ୧୧ ସୁଦ୍ଧା ୩ ସହରର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ପାର କରିଛି। ୪୦.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ଦିନ ୧୧ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଝାରସୁଗୁଡା ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ଜାରି ରହିଛି।