ପଖାଳରେ ଚର୍ଚ୍ଚା, ପାଣ୍ଡିଆନ ଓ ବରିଷ୍ଠ ସାମ୍ବାଦିକ ରାହୁଲ କନୱାଲଙ୍କ ପଖାଳ ଚର୍ଚ୍ଚା

ଭୁବନେଶ୍ୱର: ପ୍ରଚଣ୍ଡ ଖରା ସହ ଘମାଘୋଟ ନିର୍ବାଚନ ପ୍ରଚାରର ଉଷ୍ଣତା ମଧ୍ୟରେ ପଖାଳର ମଜ୍ଜା ନେଇଛନ୍ତି 5T ଅଧକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ।
ସାଥିରେ ଥିଲେ india today ର ବରିଷ୍ଠ ସାମ୍ବାଦିକ ଶ୍ରୀ ରାହୁଲ କନୱାଲ। କଲାହାଣ୍ଡିର ଜୁନାଗଡ଼ରୁ ନିର୍ବାଚନ ପ୍ରଚାର ସାରି ଦାସପୁର ରାସ୍ତା କଡ଼ ଜଙ୍ଗଲରେ ଦିନ ପ୍ରାୟ ତିନିଟା ବେଳକୁ ମଧ୍ୟାହ୍ନ ଭୋଜନ କରିଥିଲେ କାର୍ତ୍ତିକ ପାଣ୍ଡିଆନ। ସାଥୀ ରେ ଥିଲେ ପ୍ରଚାର କଭର କରିବାକୁ ଆସିଥିବା ଜାତୀୟ ସ୍ତରର ବରିଷ୍ଠ ସାମ୍ବାଦିକ ରାହୁଲ କନୱାଲ। ଦୁହେଁ ଏକାଠି ବସି ମଧ୍ୟାହ୍ନ ଭୋଜନ କରିଥିଲେ। ମେନୁ ଥିଲା ଖରା ଦିନର ଖାଣ୍ଟି ଓଡ଼ିଆ ଖାଦ୍ୟ ପଖାଳ. କଂସା ପାତ୍ରରେ ପଖାଳ ସାଙ୍ଗକୁ ଶାଗ ବଡି ଚୁରା ଭେଣ୍ଡି ଭଜା ଆଳୁ ଭରତା ଆଉ ଦହିର ମଜ୍ଜା ନେଇ ଥିଲେ ଦୁଇ ଜଣ। ସମ୍ପୂର୍ଣ ନିରାମିଷ ଖାଦ୍ୟ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ ପାଣ୍ଡିଆନ ବାବୁଙ୍କର ଖୁବ ପସନ୍ଦ ବୋଲି ଜାଣିବାକୁ ପାଇଥିଲେ ରାହୁଲ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କର ମଧ୍ୟ ବହୁତ ପ୍ରିୟ ପଖାଳ।
ପଖାଳର ଉପକାରିତା ଓ ପ୍ରସ୍ତୁତି ବିଷୟରେ ରାହୁଲଙ୍କୁ ବୁଝାଇବା ସହ ଓଡ଼ିଆଙ୍କ ର ଏହି ସାଧାରଣ ତଥା ହିତାକାରୀ ଖାଦ୍ୟ ମୁଖ୍ୟମନ୍ତ୍ରୀ କିପରି ତାଙ୍କ ଅତିଥି ମାନଙ୍କୁ ପରଷି ଥାନ୍ତି ସେ ବିଷୟରେ ଶ୍ରୀ ପାଣ୍ଡିଆନ ଖାଇବାବେଳେ କହିଥିଲେ ।