thelifelinemedia
Latest Odisha News, Breaking News Today

କୁଆଡେ ଗଲେ ଅପରାଜିତା?

ଆଜିଠୁ ଓଡ଼ିଶାରେ ଆରମ୍ଭ ହୋଇଛି ‘ମୋହନ’ ଯୁଗ। ମୋହନ ମାଝୀ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି।
ସବୁଠୁ ବଡ଼କଥା ହେଲା ଶପଥଗ୍ରହଣ ଉତ୍ସବରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ସେହିପରି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି।
ଏହି ଅବସରରେ ବିଜେପିର ବିଧାୟକ, ସାଂସଦ ଗଣ ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ। ଏସବୁ ମଧ୍ୟରେ କଂଗ୍ରେସ ସାଂସଦଙ୍କ ଟ୍ବିଟ୍‌କୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି। କଂଗ୍ରେସ ସାଂସଦ ସପ୍ତଗିରି ଉଲାକା ଏକ୍ସରେ ଟିଟ୍ବ କରି କହିଛନ୍ତି, ସାଂସଦ ଅପରାଜିତା ଷଡ଼ଙ୍ଗୀ କୁଆଡ଼େ ଗଲେ ? ଦିଲ୍ଲୀ କିମ୍ବା ଭୁବନେଶ୍ବର ଶପଥ ଗ୍ରହଣ ଉତ୍ସବରେ ଦେଖିବାକୁ ମିଳୁ ନାହାନ୍ତି। ସେ ଜଣେ ଯୋଦ୍ଧା। ସେ ତାମିଲ ଶାସନ ବିରୁଦ୍ଧରେ ଯୁଦ୍ଧ କରୁଥିଲେ ବୋଲି ଲେଖିଛନ୍ତି ଶ୍ରୀ ଉଲାକା। ସପ୍ତଗିରିଙ୍କ ଟ୍ବିଟ୍‌ ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

Leave A Reply

Your email address will not be published.