ମୋହନ ସରକାର ପ୍ରଥମ ନିଷ୍ପତ୍ତି, କାଲିଠୁ ଖୋଲିବ ଶ୍ରୀମନ୍ଦିରର ୪ ଦ୍ୱାର

ଭୁବନେଶ୍ୱର: ମୋହନ ସରକାରଙ୍କ ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ମୋହର । କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତାକାଲି ସକାଳେ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବ । ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯିବ । ମନ୍ତ୍ରୀମାନଙ୍କ ଉପସ୍ଥିତିରେ ୪ ଦ୍ୱାର ଖୋଲାଯିବ । ସେହିପରି ଶ୍ରୀମନ୍ଦିର କର୍ପସ ଫଣ୍ଡ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଅନ୍ୟପକ୍ଷରେ ଖୁବଶୀଘ୍ର ସମୃଦ୍ଧ କୃଷକ ନୀତି ଯୋଜନା ଆସିବ । ଧାନ MSP ୩୧ ଟଙ୍କାକୁ ବୃଦ୍ଧି ନେଇ କମିଟି ଗଠନ ହେବ ବୋଲି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଆଗାମୀ ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବାକୁ କ୍ୟାବିନେଟ୍ରେ ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁସାରେ ଚଳିତ ନିର୍ବାଚନରେ ଶ୍ରୀମନ୍ଦିର ଚାରଦ୍ୱାର ଖୋଲିବା,ଧାନ ଏମ୍ଏସ୍ପି ୩୧ ଶହ ଟଙ୍କା ଓ ସୁଭଦ୍ରା ଯୋଜନା ଲାଗୁ କରିବା ନେଇ ମାନିଫେଷ୍ଟୋରେ ଘୋଷଣା କରିଥିଲା ବିଜେପି ।