thelifelinemedia
Latest Odisha News, Breaking News Today

ରାଜ୍ୟବାସୀଙ୍କୁ ମିଳିବ ଆଶ୍ବସ୍ତି, ୧୭ରୁ ପ୍ରବଳ ବର୍ଷା

ଆସନ୍ତା ୧୭ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି। ଆସନ୍ତା ୧୮ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବ। ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବା ବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ। ଆଜି ଉପକୂଳରେ ପ୍ରାକ୍ ମୌସୁମୀ ବର୍ଷା ରହିଛି କିନ୍ତୁ ଉପକୂଳରେ ଗୁଳୁଗୁଳି ଲାଗି ରହିବ।

ଆଗାମୀ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ। ଏହା ସହ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେଭ୍ ରହିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ।

ଅନ୍ୟପଟେ ରଜରେ ଲୋକଙ୍କୁ କଲବଲ କରିବ ଗରମ ଓ ଗୁଳୁଗୁଳି। ୧୪, ୧୫ ଓ ୧୬ ତାରିଖ ରଜ ତିନିଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଥିଲେ ମଧ୍ୟ ମୌସୁମୀ ଅଗ୍ରସର ହେଉନି। ଅନ୍ୟ ଅଞ୍ଚଳକୁ ୩ରୁ ୪ ଦିନରେ ଅଗ୍ରସର ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Leave A Reply

Your email address will not be published.