thelifelinemedia
Latest Odisha News, Breaking News Today

ପୁଣି ବଡ ଧରଣର ଟ୍ରେନ୍ ଦୁର୍ଘଟଣା: ୫ ଯାତ୍ରୀ ମୃତ୍ୟୁ, ୨୫ରୁ ଅଧିକ ଆହତ

ସମସ୍ତଙ୍କ ନିଦ ହଜେଇ ଦେଇଥିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା। ଏହି ଭୟଙ୍କର ଦୁର୍ଘଟଣାକୁ ଏକ ବର୍ଷ ପୂରି ସାରିଛି। ବାହାନଗା ଟ୍ରେନ୍‌ ଦୁର୍ଘଟଣାର ଏକ ବର୍ଷ ୧୫ ଦିନ ପରେ ଆଉ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା। ଓଡ଼ିଶାର ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା। ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ ପୂରିଥିବା ବେଳେ ଆଜି ସକାଳେ ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା ଘଟିଛି। ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି।

ସୂଚନା ମୁତାବକ, ମାଲବାହୀ ଟ୍ରେନ୍‌ଟି ସିଗନାଲ୍ ଅତିକ୍ରମ କରି କାଞ୍ଚନଜଙ୍ଗା ଟ୍ରେନର ପଛ ଭାଗ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରେନ୍‌ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଏନଡିଆରଏଫ, ଡିଭିଜନାଲ ଟିମ୍‌ ଏବଂ ୧୫ଟି ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ୍ସରେ ପୋଷ୍ଟ କରି ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଦାର୍ଜିଲିଂ ଜିଲ୍ଲାର ଫନସେଓ୍ଵା ଅଞ୍ଚଳରେ ଏକ ଦୁଃଖଦ ଟ୍ରେନ୍ ଦୁର୍ଘଟଣା ବିଷୟରେ ଜାଣି ମୁଁ ସ୍ତବ୍ଧ ବୋଲି ସେ ଲେଖିଛନ୍ତି। ସପେଟେ ଘଟଣାସ୍ଥଳରେ ଡିଏମ୍, ଏସ୍ପି, ଡାକ୍ତର, ଆମ୍ବୁଲାନ୍ସ ଓ ବିପର୍ଯ୍ୟୟ ଟିମ୍ ପହଞ୍ଚି ରିଲିଫ, ଉଦ୍ଧାର, ଚିକିତ୍ସା ସହାୟତା ଲୋଡ଼ିଛନ୍ତି। ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି।

Leave A Reply

Your email address will not be published.