thelifelinemedia
Latest Odisha News, Breaking News Today

ସମ୍ଭାବ୍ୟ ବନ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର:ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟାକୁ ନେଇ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ବନ୍ୟା ପରିଚାଳନା ନୀତି, ମହାନଦୀ ରିଯୁଭେନେସନ ଓ ଜଳ ସଂରକ୍ଷଣ ନୀତି ସହିତ ଅନ୍ତ୍ ନଦୀ ଜଳ ପଥର ଉନ୍ନତି ପାଇଁ ଗଠନ ହେବ କମିଟି।୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ବନ୍ୟା ନିୟନ୍ତ୍ରଣ ପାଇଁ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଛନ୍ତି।ବିଭାଗୀୟ ଅଧିକାରୀ ମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧ ମାନଙ୍କର ତୁରନ୍ତ ସୁଦୃଢ଼ୀ କରଣ କରାଇବା ସହ ବନ୍ୟା ସମୟରେ ସଜାଗ ରହି ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ କୁହା ଯାଇଛି । ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗର ବିଭିନ୍ନ ଯୋଜନା ଅଧୀନରେ ଚାଲୁ ରହିଥିବା କାର୍ଯ୍ୟ ସମ୍ପର୍କ ରେ ସବିଶେଷ ସମୀକ୍ଷା କରି ଧାର୍ଯ୍ୟ ସମୟ ଅବଧି ମଧ୍ୟରେ ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ଚାରିଗୋଟି ପ୍ରମୁଖ ପ୍ରତିଶୃତି ପାଳନ ପାଇ ନିର୍ଦ୍ଧେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଉତ୍ତମ ବନ୍ୟା ନିୟନ୍ତ୍ରଣ ଓ ପରିଚାଳନା ପାଇଁ ନୀତି ନିର୍ଦ୍ଧାରଣ,ଜଳ ସଂରକ୍ଷଣ ନୀତି ପ୍ରସ୍ତୁତ କରିବା, ଅନ୍ତଃ ନଦୀ ଜଳ ପଥର ଉନ୍ନତି କରଣ ଓ ସମୟାନୁକ୍ରମିକ ଜଳଭଣ୍ଡାରରୁ ପଟୁ ଉଦ୍ଧାର ଓ ଖନନ ଆଦି କାର୍ଯ୍ୟ ପାଇଁ ବୈଷୟିକ କମିଟି ଗଠନ କରାଯାଇ ୧୦୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.