thelifelinemedia
Latest Odisha News, Breaking News Today

ମନୋଜ ଆହୁଜା ମୁଖ୍ୟ ସଚିବ

ଭୁବନେଶ୍ୱର:ଓଡ଼ିଶାକୁ ମିଳିଲେ ମୁଖ୍ୟ ଶାସନ ସାଚିବ ।ବରିଷ୍ଠ ଓ ଦକ୍ଷ ଆଇଏଏସ ଅଧିକାରୀ ମନୋଜ ଆଉଜା ହେଲେ ମୁଖ୍ୟ ଶାସନ ସଚିବ ।

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି।କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ଶ୍ରୀ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି।ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଶ୍ରୀ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ।ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।

ଆହୁଜା ଅନେକ ଗୁରୁତ୍ୱପୂର୍ଣ୍ଣ ପଦରେ କାମ ସରି ସାରିଛନ୍ତି । ସେ କେନ୍ଦ୍ର ସରକାରଙ୍କ ସାଧାରଣ ଅଭିଯୋଗ ଓ ପ୍ରଶିକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଭାବେ କାମ କରିଛନ୍ତି ।ଏହା ସହିତ ଓଡିଶାର ଇସ୍ପାତ ଓ ଖଣି, କ୍ରୀଡା ଓ ଯୁବ ବ୍ୟାପାର ବିଭାଗର କମିଶନର ଏବଂ ସଚିବ ଭାବେ କାମ କରିଛନ୍ତି ।ଶିକ୍ଷା ମନ୍ତ୍ରଣାଳୟରେ ସେ ସିବିଏସଇର ଚେୟାରମ୍ୟାନ ଭାବେ ମଧ୍ୟ କାମ କରିଛନ୍ତି।

Leave A Reply

Your email address will not be published.