ଦୁର୍ବଳ ହେଲା ଲଘୁଚାପ.. ଏଥର କମିବ ବର୍ଷା

ଭୁବନେଶ୍ୱର:ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ସେପଟେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହୋଇଛି। ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ। କିନ୍ତୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା।ଆସନ୍ତା ୨୪ଘଣ୍ଟା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼,ରାୟଗଡ଼ା, ଦେଓଗଡ଼, ସମ୍ବଲପୁର,ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟଲୋ ୱାର୍ଣିଙ୍ଗ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, କେଉଁଝର,ଦେଓଗଡ଼, ମୟୁରଭଞ୍ଜ, ବାଲେଶ୍ଵର,ଭଦ୍ରକ, ଯାଜପୁର,କଟକ, ଜଗତସିଂହପୁର,ଭୁବନେଶ୍ଵର ର କିଛି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ନିଅଂଟିଆ ବର୍ଷା ଚିନ୍ତା ବଢ଼ାଇଛି । ଚଳିତମାସ ୧୫ଟି ଜିଲ୍ଲାରେ ନିଅଂଟିଆ ବର୍ଷା ହୋଇଥିବା ବେଳେ ମୟୁରଭଂଜରେ ସର୍ବାଧିକ ୬୪ % ନିଅଂଟିଆ ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ଏପର୍ଯ୍ୟନ୍ତ ୧୬୪.୦ ମିଲିମିଟର ବର୍ଷା ହୋଇଛି ।୧୩ଟି ଜିଲ୍ଲାରେ ଚଳିତମାସ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ନିଅଂଟିଆ ବର୍ଷାର ଭରଣା କରିବା ନେଇ ଆଶା ରଖାଯାଇଥିଲେ ବି ସେତେଟା ପ୍ରଭାବୀ ହୋଇପାରି ନାହିଁ ବୋଲି କହିଛନ୍ତି ଆଂଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି।