thelifelinemedia
Latest Odisha News, Breaking News Today

ଏବର୍ଷ ବିରଳ ରଥଯାତ୍ରା.. ଦୁଇ ଦିନ ଟଣା ହେବ ରଥ.. ରଥଯାତ୍ରା ପରଦିନ ଛୁଟି

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁରୀ ଟାଉନ ହଲଠାରେ ରଥଯାତ୍ରା ରାଜ୍ୟସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରାର ସୁପରିଚାଳନା ପାଇଁ ସମସ୍ତ ସେବାୟତଗଣ,ପ୍ରଶାସନ, ବିଭିନ୍ନ ସାମାଜିକ ସଂଗଠନ ଓ ସ୍ଥାନୀୟ ଲୋକମାନଙ୍କର ସହଯୋଗ କାମନା କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ। ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପିତ କରିଛି। ରଥଯାତ୍ରା ସାରା ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ। ଏହାର ସୁପରିଚାଳନା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏ ବର୍ଷ ଏକ ବିରଳ ରଥଯାତ୍ରା । ଏହି ଅବସରରେ ନୂଆ ସରକାର ଦାୟିତ୍ୱ ଗ୍ରହଣ କରିଥିବାରୁ ସେ ଖୁସି ପ୍ରକାଶ କରି କହିଥିଲେ ଯେ ଏ ବର୍ଷ ଦୁଇ ଦିନ ଧରି ରଥଟଣା କାର୍ଯ୍ୟକ୍ରମ ଥିବାରୁ ରଥଯାତ୍ରା ପରଦିନ ମଧ୍ୟ ଛୁଟି ରହିବ। ଏମତିରେ ୭ ତାରିଖ ରବିବାର ପଡୁଛି ତେଣୁ ସେହିଦିନ ଛୁଟି ସହିତ ତା ପରଦିନ ମଧ୍ୟ ଛୁଟି ନେଇ ଘୋଷଣା ହୋଇଛି।ଏହି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଅନ୍ୟ ମନ୍ତ୍ରୀ ଗଣ, ବିଧାୟକଗଣ, ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ମହାପ୍ରଭୁଙ୍କ ସେବାୟତଗଣ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.