thelifelinemedia
Latest Odisha News, Breaking News Today

ପ୍ରବଳ ବର୍ଷା ନେଇ ଉତ୍ତର ଓଡ଼ିଶାବାସୀଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ବର: ସମ୍ଭାବ୍ୟ ପ୍ରବଳ ବର୍ଷା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍ତର ଓଡ଼ିଶାବାସୀଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି। କେନ୍ଦୁଝର, ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାବାସୀଙ୍କ ନିକଟରେ ଅପିଲ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭୟଭୀତ ନହୋଇ ପ୍ରଶାସନର ନିର୍ଦ୍ଦେଶ ମାନନ୍ତୁ। ପ୍ରଶାସନକୁ ସହଯୋଗ କରନ୍ତୁ। ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ନିଜେ ସୁରକ୍ଷିତ ରହନ୍ତୁ ଓ ପରିବାରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ। 

ରାଜ୍ୟରେ ଲଘୁଚାପର ସ୍ଥିତି ନେଇ ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଗଭୀର ଅବପାତର ରୂପ ନେଇ ଆଗାମୀ ୭-୮ ଘଣ୍ଟା ଭିତରେ ଏହା ସ୍ଥଳ ଭାଗ ଛୁଇଁବ। ଏହାର ପ୍ରଭାବରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପବନ ବହିବ। ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରୁ ଫେରି ଆସିବାକୁ ନିର୍ଦ୍ଦେଶ ରହିଛି।

Leave A Reply

Your email address will not be published.