thelifelinemedia
Latest Odisha News, Breaking News Today

ରଥଯାତ୍ରାରେ ସ୍ୱତନ୍ତ୍ର ବସ୍ ସେବା

ଭୁବନେଶ୍ୱର:ଆସନ୍ତା ରବିବାର ବହୁ ପ୍ରତିକ୍ଷୀତ ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। ଏହି ଅବସରରେ ଶ୍ରୀକ୍ଷେତ୍ର ଧାମକୁ ଶ୍ରଦ୍ଧାଳୁଙ୍କ ସୁବିଧା ଯାତାୟତ ପାଇଁ କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ସେବାର ଆରମ୍ଭ ହେବ । ୭ଟି ଆନ୍ତଃ ସହର ରୁଟ୍ ଥିବାବେଳେ ୭ରୁ ୯ ଜୁଲାଇ ଏବଂ ୧୫ରୁ ୧୭ ଜୁଲାଇ, ୨୦୨୪ ପର୍ଯ୍ୟନ୍ତ ଏହି ସେବା ଜାରି ରହିବ। ନିୟମିତ ଭାବେ ଏହି ବସ୍ ଗୁଡ଼ିକ କଟକ, ଭୁବନେଶ୍ୱର,ଖୋର୍ଦ୍ଧା, ପୁରୀ,କାକଟପୁରରୁ ତାଳବଣିଆ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ନଜର ପକାନ୍ତୁ ରଥଯାତ୍ରା ସମୟରେ ସ୍ୱତନ୍ତ୍ର ବସ ଗୁଡିକର ରୁଟ ସମ୍ପର୍କରେ

ରୁଟ୍ ୫୦ ଏକ୍ସପ୍ରେସ୍‌: ଭୁବନେଶ୍ୱର ରେଳ ଷ୍ଟେସନ୍‌- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୧ ଏକ୍ସପ୍ରେସ୍‌: ବରମୁଣ୍ଡା ବିଏସ୍‌ଏବିଟି – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୩ ଏକ୍ସପ୍ରେସ୍ (ସଟଲ୍ ସର୍ଭିସ): ମାଳତିପାଟପୁର ବସ୍ ଷ୍ଟାଣ୍ଡ୍ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୪ ଏକ୍ସପ୍ରେସ: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ (ଏନ୍‌ଏଲ୍‌ୟୁ) କଟକ- ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୬ ଏକ୍ସପ୍ରେସ: ଖୋର୍ଦ୍ଧା – ତାଳବଣିଆ ବସ୍ ଷ୍ଟାଣ୍ଡ୍ (ଭାୟା ଜଟଣୀ)
ରୁଟ୍ ୫୭ ଏକ୍ସପ୍ରେସ: ତାଳବଣିଆ ବସ୍ ଷ୍ଟାଣ୍ଡ୍ – କାକଟପୁର,ପୁରୀ (ଭାୟା ନିୟୁ ମେରାଇନ୍ ଡ଼୍ରାଇଭ୍‌, କୋଣାର୍କ)
ରୁଟ୍ ୫୮ ଏକ୍ସପ୍ରେସ: ଜଗତପୁର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌
ରୁଟ୍ ୫୯ ଏକ୍ସପ୍ରେସ: ମହାନଦୀ ବିହାର, କଟକ – ତାଳବଣିଆ ବସ୍ ଷ୍ଟାଣ୍ଡ୍‌

ଶ୍ରଦ୍ଧାଳୁମାନେ ପ୍ରଭୁ ଜଗନ୍ନାଥ ଧାମକୁ ଏସି ବସ ଯୋଗେ ଫ୍ଲାଟ୍ ୧୦୦ ଟଙ୍କା, ନନ୍ ଏସି ୮୦ ଟଙ୍କା, ସଟଲ୍ ବସ୍ ସେବା ଫ୍ଲାଟ୍ ୨୦ ଟଙ୍କା ଟିକେଟ୍ ମୂଲ୍ୟରେ ଯାତାଯତ କରିପାରିବେ ।

Leave A Reply

Your email address will not be published.