thelifelinemedia
Latest Odisha News, Breaking News Today

ଡେଙ୍ଗୁ ସଂକ୍ରମଣ ବୃଦ୍ଧି ନେଇ ତତ୍ପର ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର:ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଗଲାଣି।ଯାହାକୁ ନେଇ ତତ୍ପର ହୋଇ ଉଠିଛି ସ୍ବାସ୍ଥ୍ୟ ବିଭାଗ ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ସ୍ବାସ୍ଥ୍ୟ ବିଭାଗ ଆକ୍ଟିବ ହୋଇଛି।ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍‌ସ୍ପଟ୍ ରହି ଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିନସରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଚିଠିରେ କୁହାଯାଇଛି, ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ବଢୁଥିବାରୁ ଆଗୁଆ ସତର୍କତା ପଦକ୍ଷେପ ସ୍ବରୂପ ଆବଶ୍ୟକ ସଂଖ୍ୟକ ଫ୍ରଣ୍ଟଲାଇନ ୱାର୍କର, ଡାଏଗ୍ନୋଷ୍ଟିକ୍ କିଟ୍, ଔଷଧ ମହଜୁଦ ରଖିବା ନେଇ କୁହାଯାଇଛି । ଜିଲ୍ଲା ଓ ମ୍ୟୁନିସିପାଲ ସ୍ତରରେ ସବୁ ଅଂଶୀଦାରମାନଙ୍କୁ ନେଇ ବୈଠକ କରି ଯୁଗ୍ମ ଆକ୍ସନ୍ ପ୍ଲାନର ସମୀକ୍ଷା କରିବା ନେଇ ଚିଠିରେ ଉଲ୍ଲେଖ ରହିଛି । ଜନସାଧାରଣଙ୍କୁ ସଚେତନ କରିବା ସହ କୀଟ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଇଁ ଅନ୍ୟ ସହଯୋଗୀ ବିଭାଗ ସହ ସମନ୍ବୟ ରକ୍ଷା କରିବା, ଟେଷ୍ଟିଂ, ଚିକିତ୍ସା ଓ ଠିକ୍ ସମୟରେ ରେଫରାଲକୁ ଗୁରୁତ୍ବ ଦିଆଯାଉ ବୋଲି ପରାମର୍ଶ ରହିଛି।

ଡେଙ୍ଗୁ ନିୟନ୍ତ୍ରଣକୁ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଭୁବନେଶ୍ୱରରେ ଡେଙ୍ଗୁ ନିୟନ୍ତ୍ରଣରେ ଅଛି। ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ଓ ବ୍ଳକ୍ ଆରଆରଟି ଦଳ ପ୍ରସ୍ତୁତ ରଖନ୍ତୁ । ଡେଙ୍ଗୁ-ମ୍ୟାଲେରିଆ ସଂକ୍ରମଣକୁ ରୋକିବା ଲାଗି ଏହାର ଉତ୍ସକୁ ନଷ୍ଟ କରିବା ସହ ରକ୍ତ ଭଣ୍ଡାରରେ ରକ୍ତ ସଂରକ୍ଷିତ ରଖିବା ଜରୁରୀ ହୋଇପଡିଛି ବୋଲି କୁହାଯାଇଛି । ହସ୍ପିଟାଲରେ ସ୍ବତନ୍ତ୍ର ସ୍ବତନ୍ତ୍ର ଭାବେ ଡେଙ୍ଗୁ ୱାର୍ଡ ଖୋଲିବା ଓ ମଶାଙ୍କ ଉପଦ୍ରବରୁ ଏହାକୁ ସୁରକ୍ଷିତ କରିବା, ସାପ୍ତାହିକ ଡ୍ରାଏ ଡେ’ ପାଳନ ଲାଗି ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ ।

Leave A Reply

Your email address will not be published.