ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ଅରବିନ୍ଦ ପାଢ଼ୀ

ପୁରୀ :ଅରବିନ୍ଦ ପାଢ଼ୀ ହୋଇଛନ୍ତି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ।ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣକୁ ନେଇ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିଛନ୍ତି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଛି ଦାୟିତ୍ୱ। ୧୯୯୬ମସିହା ବ୍ୟାଚର ଆଏଏସ ଅଫିସର ଅରବିନ୍ଦ ପାଢ଼ୀଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିଛି। ତାଙ୍କର ପ୍ରଶାସିନିକ ଦକ୍ଷତା ରହିଥିବାବେଳେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଓ ନୀଳାଦ୍ରିବିଜେ ନୀତି ଯେଭଳି ସୁରୁଖୁରୁରେ ହେବ ସେହି ଦିଗ ପ୍ରତି ଅରବିନ୍ଦ ପାଢ଼ୀ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ ଏବଂ ଏହା ତାଙ୍କ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ରହିବ ବୋଲି ଜଣାପଡ଼ିଛି।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କର ଅନେକ ଅନୁଭୂତି ଓ ଅଭିଜ୍ଞତା ରହିଛି। ପୂର୍ବରୁ ୨୦୧୪ ମସିହାରେ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀ। ସେପଟେ ବରିଷ୍ଠ ଆଇଏସ ଅଧିକାରୀଙ୍କ ଉପରେ ରାଜ୍ୟ ସରକାରଙ୍କ ଛାଟ ବାଜିବା ଆରମ୍ଭ ହୋଇଥିବା ବେଳେ ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରୁ ହଟାଯାଇଥିବା କୁହାଯାଉଛି।