thelifelinemedia
Latest Odisha News, Breaking News Today

ରତ୍ନ ଅଳଙ୍କାର ଏହି ସ୍ଥାନକୁ ହେଲା ସ୍ଥାନାନ୍ତର

ପୁରୀ:ଚାଲିଛି ଶ୍ରୀ ମନ୍ଦିର ଭିତର ରତ୍ନ ଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା।ସନ୍ଧ୍ୟା ସୁଦ୍ଧା ଏହି କାମ ସାରିବାକୁ ଉଦ୍ୟମ କରାଯାଉଛି।

ଭିତର ରତ୍ନଭଣ୍ଡାରରୁ ଫେରି ଗଜପତି ମହାରାଜା ରତ୍ନଭଣ୍ଡାର ପ୍ରସଙ୍ଗରେ ଏଭଳି କିଛି ପ୍ରତିକ୍ରିୟା ଦେଇଛନ୍ତି। କହିଛନ୍ତି ରତ୍ନଭଣ୍ଡାରର ମରାମତି ଆବଶ୍ୟକ। ଖଟଶେଯ ଘରେ ଗହଣା ଓ ମୂଲ୍ୟବାନ ସାମଗ୍ରୀ ରଖାଯିବ। ଏହାପରେ କବାଟ ସିଲ୍ କରାଯିବ। କବାଟ ସିଲ୍ ହୋଇ ମୁଖ୍ୟ ପ୍ରଶାସକ ସରକାରୀ ଟ୍ରେଜେରିରେ ଚାବି ଦାଖଲ କରିବେ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ। ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ। ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ। ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜ କହିଛନ୍ତି।

ଆଜି ସକାଳୁ ଶୁଭ ମୁହୂର୍ତ୍ତ ୯ଟା ୫୧ ମିନିଟରେ ଅଧିକୃତ କମିଟି ସଦସ୍ୟଙ୍କ ଉପସ୍ଥିତିରେ ରତ୍ନ ଭଣ୍ଡାର ଖୋଲାଯାଇଛି।ଟ୍ରେଜେରିରୁ ଆସିଥିବା ଚାବିରେ ଭଣ୍ଡାର ଖୋଲାଯିବା ସହ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି।ଗତ ୧୪ ତାରିଖ ଦିନ ଭିତର ଭଣ୍ଡାର ମୁଖ୍ୟ ଦ୍ବାରରେ ଲାଗିଥିବା ୩ଟି ଯାକ ତାଲା ଟ୍ରେଜେରିରୁ ଆସିଥିବା ଦୁଇଟି ଚାବିରେ ନ ଖୋଲିବାରୁ ତାଲାଗୁଡ଼ିକୁ ଭାଙ୍ଗି କମିଟି ପ୍ରବେଶ କରିଥିଲେ। କିନ୍ତୁ ସମୟ ଅଭାବରୁ ସ୍ଥାନାନ୍ତର ପ୍ରକ୍ରିୟା ସମ୍ଭବପର ହୋଇ ପାରି ନଥିଲା।

Leave A Reply

Your email address will not be published.