ଭବାନୀ ଭୋଇ ଉପବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର:ସୁନ୍ଦରଗଡ଼ ଜିଲ୍ଲା ତଳସରା ବିଧାୟକ ଭବାନୀ ଭୋଇ ହୋଇଛନ୍ତି ଉପବାଚସ୍ପତି ପ୍ରାର୍ଥୀ। ତାଙ୍କୁ ଉପ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି। ନାଁ ଘୋଷଣା ହେଉ ହେଉ ଭବାନୀ ଭୋଇ ବିଧାନସଭା ସଚିବଙ୍କ ପାଖରେ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପଦ ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ବିଜେଡି ଉପ ବାଚସ୍ପତି ପଦ ଲାଗି କୌଣସି ପ୍ରାର୍ଥୀ ନ ଦେଲେ ଭବାନୀ ଭୋଇ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ନିଶ୍ଚିତ
ତଳସରା ବିଧାୟକ ଭବାନୀ ଭୋଇ ଦୁଇ ଦୁଇ ଥର ବିଧାନସଭାକୁ ଯାଇଛନ୍ତି। ୨୦୨୪ରେ ଦ୍ୱିତୀୟ ଥର ଲାଗି ବିଧାନସଭା କୁ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଭବାନୀ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପ୍ରାୟ ୧୫ ହଜାର ଭୋଟରେ ପରାସ୍ତ କରିଥିବା ବେଳେ ୨୦୨୪ରେ ମଧ୍ୟ ବିଜେଡି ପ୍ରାର୍ଥୀ ବିନୟ କୁମାର ଟପ୍ପୋଙ୍କୁ ପ୍ରାୟ ୧୭ ହଜାର ଭୋଟରେ ପରାଜିତ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।