ବଢିଲା ଭତ୍ତା, ଏଣିକି ମିଳିବ ୩ ହଜାର ୫୦୦ଟଙ୍କା

ଭୁବନେଶ୍ୱର: ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ନିର୍ବାଚନୀ ପ୍ରତିଶୃତି ଥିଲା ଭତ୍ତା ବଢେଇବା ପାଇଁ ଏବଂ ସେହି ପ୍ରତିଶୃତିକୁ ପାଳନ କରିଛି ବିଜେପି ସରକାର। ବଜେଟରେ ଭତ୍ତା ବଢିବା ନେଇ ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ବଜେଟରେ ଭତ୍ତା ପାଇଁ ୭ ହଜାର ୬ ଶହ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କ ନାଗରିକ ଓ ୮୦ ପ୍ରତିଶତରୁ କମ ହୋଇନଥିବା ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ଲାଗି ଉଭୟ ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସୁରକ୍ଷା ଭତ୍ତାକୁ ୩ ହଜାର ୫ ଶହ ଟଙ୍କାକୁ ବୃଦ୍ଧି କରାଯିବା ନେଇ ଘୋଷଣା ହେବ।
ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭ ହଜାର ୬ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।ଚଳିତ ବଜେଟରେ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି।