ବର୍ଷୁଛି,ଆହୁରି ବର୍ଷିବ: ଆସନ୍ତାକାଲିଠୁ ବଢିବ ବର୍ଷା

ଭୁବନେଶ୍ୱର:ରାଜ୍ୟ ସାରା ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ ଲାଇନ୍ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଫଳରେ ଆସନ୍ତାକାଲି ଠାରୁ ବର୍ଷା ବଢିବ। ଅଗଷ୍ଟ ୩ ଯାଏଁ ଲାଗି ରହିବ ବର୍ଷା।ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲା କେନ୍ଦୁଝର, ଢେ଼ଙ୍କାନାଳ, ଅନୁଗୁଳ, ଯାଜପୁର , ଜଗତସିଂହପୁର କେନ୍ଦ୍ରାପଡା କଟକରେ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରିକରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ପାଇଁ ମୟୁରଭଂଜ, ସୁନ୍ଦରଗଡ, ବାଲେଶ୍ଵର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଦେବଗଡ଼, ବୌଦ୍ଧ ନବରଙ୍ଗପୁର କୋରାପୁଟ ଓ ମାଲକାନଗିରିରେ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ।ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବାକୁ ଥିବା ବେଳେ ଦକ୍ଷିଣ ଓଡିଶା ସମେତା ସମ୍ପୂର୍ଣ୍ଣ ଉତ୍ତର ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ଦେଓଗଡ,ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ ଏବଂ ପ୍ରବଳ ବର୍ଷା ପାଇଁ ବାଲେଶ୍ୱର ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ମୟୁରଭଞ୍ଜ , ସୁନ୍ଦରଗଡ ,ଝାରସୁଗୁଡ଼ା, ସୋନପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।
ଜୁନ ୧ରୁ ଏଯାବତ ୪୮୫.୩ ମିମି ବର୍ଷା ରେକର୍ଡ ହୋଇଛି।ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ମାଲକାନଗିରି ଜିଲ୍ଲାରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଏବଂ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି।