thelifelinemedia
Latest Odisha News, Breaking News Today

୧୭ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

ଭୁବନେଶ୍ୱର:ବର୍ତ୍ତମାନ ରାଜ୍ୟ ଉପରେ ଘୁର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ସକ୍ରିୟ ରହିଛି।ବଙ୍ଗଳାଦେଶ ଓ ପାଶ୍ୱବର୍ତୀ ଅଂଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ସହ ଦୁଇ ଦୁଇଟି ଟ୍ରପ ଲାଇନ ରହିଛି। ପ୍ରଭାବରେ ଆସନ୍ତା ୫ ଦିନା ଯାଏ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ୧୭ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷା ର ଆଶଙ୍କା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ସହ ବାଲେଶ୍ୱର, ମୟୁରଭଂଜ, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ବରଗଡ଼ କନ୍ଧମାଳ, ନୟାଗଡ, ଗଂଜାମ ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ଭଦ୍ରକ, ବାଲେଶ୍ୱର, ମୟୁରଭଂଜ, କେଉଁଝର,ସୁନ୍ଦରଗଡ଼, ଯାଜପୁର କେନ୍ଦ୍ରାପଡା, ଝାରସୁଗୁଡା, ସମ୍ବଲପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ୧୮ତାରିଖକୁ ପାଗ ବଦଳିବା ସହିତ କମିପାରେ ବର୍ଷା। ତେବେ ପାଗ ପ୍ରାୟତଃ ଶୁଖିଲା ରହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୮.୨ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ୧୧ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୭୨୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା ।୩ ଜିଲ୍ଲାରେ ସ୍ଵଭାଵିକଠୁ ଅଧିକ ବର୍ଷା ରହିଥିବା ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।

Leave A Reply

Your email address will not be published.