thelifelinemedia
Latest Odisha News, Breaking News Today

୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏବଂ ଦକ୍ଷିଣପଶ୍ଚିମ ଦିଗରେ ଗତିଶୀଳ ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ସମେତ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁଯାଯାଇଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୪ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି ପର୍ଯ୍ୟନ୍ତ) ହେବାର ସମ୍ଭାବନା ରହିଥିବାରୁ ଏହି ୪ ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.