thelifelinemedia
Latest Odisha News, Breaking News Today

ନବୀନ ନିବାସରେ ‘ଦମନ’ ଟିମ୍

ଭୁବନେଶ୍ୱର :ନବୀନ ନିବାସରେ ଦମନ ଟିମ। ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ନବୀନ ନିବାସରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।

ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ଦମନ ଚଳଚିତ୍ରର ମୁଖ୍ୟ କଳାକାର ଶ୍ରୀ ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ । ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ।

Leave A Reply

Your email address will not be published.