thelifelinemedia
Latest Odisha News, Breaking News Today

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀଙ୍କ ଦେହାନ୍ତ

ଭୁବନେଶ୍ୱର:କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ଦେହାନ୍ତ ହୋଇଛି। ଡେଙ୍ଗୁରେ ଝିଙ୍ଗିଆ ଓରାମଙ୍କ ବିୟୋଗ ଘଟିଛି। ଡେଙ୍ଗୁରେ ଆକ୍ରାନ୍ତ ହେବାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ଝିଙ୍ଗିଆ ଓରାମଙ୍କ ବିୟୋଗ ପରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ସମସ୍ତେ।

ଜଣେ ଧର୍ମପରାୟଣ, ମିଷ୍ଟଭାଷୀ, ସମାଜସେବୀ ଓ ପରୋପକାରୀ ମହିଳା ଭାବେ ସେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ ଝିଙ୍ଗିଆ ଓରାମ।
ଜୁଏଲଙ୍କ ଦୀର୍ଘ ରାଜନୈତିକ ଯାତ୍ରାର ସଫଳତାରେ ତାଙ୍କ ଧର୍ମପତ୍ନୀଙ୍କର ପ୍ରମୁଖ ଭୂମିକା ରହିଥିଲା।

Leave A Reply

Your email address will not be published.