ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ

ପୁରୀ:କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର। ଏଣିକି ଶ୍ରଦ୍ଧାଳୁଙ୍କୁ ମିଳିବ ମାଗଣା ମହାପ୍ରସାଦ।ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସୁଥିବା ଶ୍ରଦ୍ଧାଳୁଙ୍କୁ ମିଳିବ ମାଗଣା ମହାପ୍ରସାଦ । ପୁରୀକୁ ଦୈନିକ ଆସୁଥିବା ପ୍ରାୟ 80 ହଜାରରୁ ଏକ ଲକ୍ଷ ଭକ୍ତଙ୍କ ପାଇଁ
ମାଗଣା ଅବଢା ଯୋଗାଇବା ଦିଗରେ ବିଚାରବିମର୍ଶ ଜାରି ରହିଛି ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏଥିପାଇଁ ଦାତାମାନଙ୍କ ସହ ଆଲୋଚନା କରାଯାଉଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାଁନ୍ତି। ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି।ଏହି ପ୍ରକ୍ରିୟା ଆରମ୍ଭ ହେବା ପରେ ଯେଭଳି ଅଧାରୁ ବନ୍ଦ ନହୁଏ ସେ ଦିଗରେ ଆନୁସଙ୍ଗିକ ବ୍ୟବସ୍ଥା ମାନ ପ୍ରସ୍ତୁତ ହେଉଛି । ପ୍ରତ୍ୟେକ ଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଥିବା ବେଳେ ପର୍ବ ପର୍ବାଣୀ ଦିନରେ ଦୁଇ ଅଢେଇ ଲକ୍ଷ ଭକ୍ତ ଆସିଥାନ୍ତି। ତେଣୁ ସମସ୍ତଙ୍କୁ କେମିତି ଅବଢା ମାଗଣାରେ ଯୋଗାଇ ଦିଆଯିବ ସେ ନେଇ ବ୍ୟବସ୍ଥା କରାଯିବ।
ଗତକାଲି ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ରଥ ନିର୍ମାଣରେ ନିୟୋଜିତ ସେବାୟତଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ଆଇନ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।