thelifelinemedia
Latest Odisha News, Breaking News Today

ରକ୍ଷା ବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ଭାଇ ହାତରେ ରାଖୀ ବାନ୍ଧିଥାଏ ଭଉଣୀ। ସମ୍ପର୍କର ସୁତାରେ ମଜଭୁତ ହୋଇଥାଏ ରାଖୀର ପର୍ବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଅନ୍ୟପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଧାର୍ମିକ ପରମ୍ପରା ଓ ରୀତିନୀତିରେ ଏହି ରକ୍ଷା ବନ୍ଧନ ସାରା ଦେଶରେ ଧୁମଧାମରେ ପାଳିତ ହେଉଛି । ଶ୍ରୀମନ୍ଦିରରେ ମଧ୍ୟ ରକ୍ଷାବନ୍ଧନ ଓ ବଳଭଦ୍ରଙ୍କ ଜନ୍ମୋତ୍ସ ନୀତି ପାଳିତ ହେଉଛି ।

Leave A Reply

Your email address will not be published.