ନବୀନଙ୍କୁ ରାଖୀ ବାନ୍ଧିଲେ କୁନିପିଲା

ଭୁବନେଶ୍ୱର: ବିରୋଧ ଦଳ ନେତା ନବୀନ ପଟ୍ଟନାୟକ ବାନ୍ଧିଲେ ରାଖୀ। ନବୀନ ନିବାସରେ ରକ୍ଷା ବନ୍ଧନ ଅବସରରେ ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ନବୀନ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରାଖୀ ପାଇଁ ଅଭିନନ୍ଦନ ଜଣାଇଥିଲେ।
ଭୁବନେଶ୍ୱର ଭରତପୁର ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଆଶୀର୍ବାଦ କରିବା ସହ ସମସ୍ତଙ୍କୁ ଉପହାର ଦେଇଥିଲେ। ପରେ ପରେ ଲା କିଡ଼ସ ପ୍ଲେ ସ୍କୁଲର କୁନି କୁନି ପିଲାମାନେ ରାଖୀ ବାନ୍ଧି ଥିଲେ।
ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ ଙ୍କ ନେତୃତ୍ୱ ରେ ବିଭିନ୍ନ ୱାର୍ଡର କର୍ପୋରେଟର ମାନେ ମଧ୍ୟ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ରାଖୀ ବାନ୍ଧି ଥିଲେ। ସେହିପରି ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ବିଜୁ ଜନତା ଦଳ ମୁଖପାତ୍ର ଲେଖାଶ୍ରୀ ସାମନ୍ତ ସିଂହାର, ଭାରତ ସ୍କାଉଟ ଏବଂ ଗାଇଡିସର ସ୍ବେଛାସେବୀ ମାନେ ଭୁବନେଶ୍ୱର ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟର ବ୍ରହ୍ମକୁମାରୀ ଓ ବ୍ରହ୍ମକୁମାର ମାନେ, ଲିଙ୍ଗରାଜ ବିହାର ଓ ଏୟାର ପୋର୍ଟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ମାନେ ଓ ସମାଜର ବିଭିନ୍ନ ବର୍ଗର ଜନସାଧାରଣ ମାନେ ଶ୍ରୀ ପଟ୍ଟନାୟକଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ।