thelifelinemedia
Latest Odisha News, Breaking News Today

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ ରାସମଣୀ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାଖୀ ବାନ୍ଧିଲେ ଭଉଣୀ ରାସମଣୀ ମାଝୀ।ମୁଖ୍ୟମନ୍ତ୍ରୀଙ୍କୁ ସେ ବନ୍ଦାପନା କରି ମିଠା ଖୁଆଇ ରାକ୍ଷୀ ବାନ୍ଧିଥିଲେ। ଏହାପରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ବରିଷ୍ଠ ନେତ୍ରୀ ପୂର୍ଣ୍ଣିମା କେରକେଟା ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଥିଲେ। ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା। ଏଥିରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସେମାନଙ୍କ ପାଇଁ ଥିଲେ ଆଦରର ‘ମୋହନ ଭାଇ’ । ଝିଅ, ମହିଳା ଓ କୁନି କୁନି ପିଲାମାନେ ଆସି ବନ୍ଦାପନା କରି ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିବା ସହିତ ମିଠା ଖୁଆଇ ଦେଇଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆଶୀର୍ବାଦ ଦେଇ ଉପହାର ମଧ୍ୟ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଆଜି ମଧ୍ୟ ଗହ୍ମା ପୂର୍ଣ୍ଣମୀ ପର୍ବ। ଏହି ଅବସରରେ ରାଜ୍ୟର ସବୁ ଭଉଣୀ ମାନଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିବା ସହିତ ସମସ୍ତେ ଯେପରି ସୁରକ୍ଷାର ସହିତ ରହିବେ ସେଥିପାଇଁ ପ୍ରତିଶ୍ରୁତି ଦେଇଥିଲେ। ସେ କହିଥିଲେ ଯେ ଭଉଣୀ ମାନଙ୍କ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି।

Leave A Reply

Your email address will not be published.